
ଭୁବନେଶ୍ୱର- ରାଜ୍ୟ ପଂଚାୟତିରାଜ ଓ ପାନୀୟ ଜଳ, ଗୃହ ନିର୍ମାଣ ଓ ନଗର ଉନ୍ନୟନ, ଆଇନ ମନ୍ତ୍ରୀ ଶ୍ରୀ ପ୍ରତାପ ଜେନାଙ୍କ ଅଧ୍ୟକ୍ଷତାରେ ସୋମବାର ପୂର୍ବାହ୍ନରେ ଲୋକସେବା ଭବନଠାରେ ଓଡ଼ିଶା ପୌର କର୍ମଚାରୀ ମହାସଂଘର ଅସ୍ଥାୟୀ କର୍ମଚାରୀମାନଙ୍କୁ ସ୍ଥାୟୀ କରାଯିବା ସଂପର୍କିତ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଓଡ଼ିଶା ପୌରକର୍ମଚାରୀ ମହାସଂଘର ସଭାପତି ଶ୍ରୀ ପ୍ରଭାତ ତ୍ରିପାଠୀ ଏହି ଅବସରରେ ରାଜ୍ୟର ୩ ହଜାରରୁ ଊର୍ଦ୍ଧ୍ୱ ପୌର କର୍ମଚାରୀମାନଙ୍କୁ ସ୍ଥାୟୀ କରାଯିବା ସଂପର୍କରେ ମନ୍ତ୍ରୀ ଶ୍ରୀ ଜେନାଙ୍କ ଦୃଷ୍ଟି ଆକର୍ଷଣ କରାଇଥିଲେ । ମନ୍ତ୍ରୀ ଶ୍ରୀ ଜେନା ରାଜ୍ୟର ଅସ୍ଥାୟୀ ପୌର କର୍ମଚାରୀମାନଙ୍କୁ ସ୍ଥାୟୀ କରାଯିବା ସଂପର୍କରେ ଲିଖିତ ଆବେଦନ ପତ୍ର ପ୍ରଦାନ କରିବାକୁ ପରାମର୍ଶ ଦେଇଥିଲେ ।
ଅନ୍ୟମାନଙ୍କ ମଧ୍ୟରେ ଏହି ବୈଠକରେ ରାଜ୍ୟ ପୌର ନିର୍ଦ୍ଦେଶକ ଶ୍ରୀ ସଂଗ୍ରାମଜିତ୍ ନାୟକ, ପୂର୍ବତନ ବିଧାୟକ ଶ୍ରୀ ଦେବାଶିଷ ସାମନ୍ତରାୟ, ପୂର୍ବତନ ବିଧାୟକ ଶ୍ରୀ ପ୍ରଭାତ ବିଶ୍ୱାଳ, ପୂର୍ବତନ ବିଧାୟକ ତଥା କଟକ ପୌର କର୍ମଚାରୀ ସଂଘର ସଭାପତି ଶ୍ରୀ ରାଜୁ ସିଂ, ପୌର କର୍ମଚାରୀ ମହାସଂଘର କାର୍ଯ୍ୟକାରୀ ସଭାପତି ଶ୍ରୀ ଆଶିଷ କୁମାର ସାହୁଙ୍କ ସମେତ ପୌର କର୍ମଚାରୀ ମହାସଂଘର କର୍ମକର୍ତା ପ୍ରମୁଖ ଉପସ୍ଥିତ ଥିଲେ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO