
ଭୁବନେଶ୍ୱର– ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ରାଜ୍ୟର ସମସ୍ତ ଜିଲ୍ଲାମାନଙ୍କରେ ବୁଧବାର କବି ଶ୍ରୀ ଜୟଦେବଙ୍କ ଜୟନ୍ତୀ ଉତ୍ସବ ପାଳନ କରାଯାଇଛି। ଏହି ଅବସରରେ ସ୍ଥାନୀୟ ଲୋକ ପ୍ରତିନିଧି, ପ୍ରଶାସନିକ ଅଧିକାରୀ, ସାହିତ୍ୟିକ, ସଂସ୍କୃତି ଗବେଷକ ଏବଂ ବୁଦ୍ଧିଜୀବି ପ୍ରମୁଖ ଆଜିର କାର୍ଯ୍ୟକ୍ରମରେ ଯୋଗଦେଇ କବି ଶ୍ରୀ ଜୟଦେବଙ୍କ ଫୋଟୋଚିତ୍ର ଏବଂ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ଏଥିସହିତ ବିଭିନ୍ନ ଜିଲ୍ଲାରେ କବି ଶ୍ରୀ ଜୟଦେବ ଏବଂ ଶ୍ରୀ ଗୀତଗୋବିନ୍ଦ ପରମ୍ପରା ଉପରେ ଆଲୋଚନା ଚକ୍ର ଅନୁଷ୍ଠିତ ହେବା ସହିତ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ ମଧ୍ୟ କରାଯାଇଥିଲା।