
ନୂଆଦିଲ୍ଲୀ– କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ସକାଳେ ଭାରତର ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ସେ ନିଜେ ସୋସିଆଲ ମିଡିଆରେ ପୋଷ୍ଟ କରି ଏ ସମ୍ପର୍କରେ ସୂଚନା ଦେଇଛନ୍ତି ।
କେନ୍ଦ୍ର ମନ୍ତ୍ରୀ ଶ୍ରୀ ପ୍ରଧାନ ତାଙ୍କ ସୋସିଆଲ୍ ମିଡିଆ ଏକାଉଂଟରେ ଲେଖିଛନ୍ତି: “ଆଜି ସକାଳେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଜୀଙ୍କ ସହ ଭେଟ ହେଲା। ତାଙ୍କ ଅମୂଲ୍ୟ ମାର୍ଗଦର୍ଶନ ପାଇଁ ହୃଦୟରୁ ଧନ୍ୟବାଦ ଜଣାଉଛି।”