
ଭୁବନେଶ୍ୱର– କାଳବୈଶାଖୀ ପ୍ରଭାବରେ ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ରାୟଗଡ଼ା ଜିଲ୍ଲାର ଗୁଣୁପୁରରେ ସର୍ବାଧିକ ୧୦୬.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି ନବରଙ୍ଗପୁର ଜିଲ୍ଲାର ଡାବୁଗାଁରେ ୬୬.୦ ମି.ମି., ଗଞ୍ଜାମ ଜିଲ୍ଲାର ଗୋପାଳପୁରରେ ୫୨.୦ ମି.ମି., କନ୍ଧମାଳ ଜିଲ୍ଲାର କୋଟଗଡ଼ରେ ୫୦.୦ ମି.ମି., ଖୋର୍ଦ୍ଧା ଜିଲ୍ଲାର ବାଣପୁରରେ ୪୬.୦ ମି.ମି., କେନ୍ଦୁଝର ଜିଲ୍ଲାର ଘସିପୁରାରେ ୪୦.୨ ମି.ମି., ନୂଆପଡ଼ା ଜିଲ୍ଲାର ନୂଆପଡ଼ାରେ ୩୬.୫ ମି.ମି., ନୟାଗଡ଼ ଜିଲ୍ଲାର ନୟାଗଡ଼ରେ ୩୬.୦ ମି.ମି. ଏବଂ ଢ଼େଙ୍କାନାଳ ଜିଲ୍ଲାର ହିନ୍ଦୋଳରେ ୩୫.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।