
ବିଦିଶା- ମଧ୍ୟପ୍ରଦେଶର ବିଦିଶା ଜିଲ୍ଲାରେ ସିରୋଂଜ ତହସିଲ ଅଂଚଳରେ ମଦାଗନ ଘାଟିରେ ଗୁରୁବାର ବିଳମ୍ବିତ ରାତିରେ ବରଯାତ୍ରୀଙ୍କ ପିକଅପ ଭ୍ୟାନ ଭାରସାମ୍ୟ ହରାଇ ଓଲଟିପଡିଛି । ଏହି ଦୁର୍ଘଟଣାରେ ଜଣେ ମହିଳାଙ୍କ ସମେତ 4ଜଣ ବରଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ 12ଜଣ ଆହତ ହୋଇଛନ୍ତି । ସେମାନଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଆହତଙ୍କ ମଧ୍ୟରୁ 5ଜଣଙ୍କ ଅବସ୍ଥା ଗୁରୁତର ରହିଛି । ପୋଲିସ ମାମଲାର ଛାନଭିନ କରୁଛି । ମୁଖ୍ୟମନ୍ତ୍ରୀ ମୋହନ ଯାଦବ ଘଟଣାକୁ ନେଇ ଦୁଃଖ ପ୍ରକାଶ କରିବା ସହ ପୀଡିତଙ୍କ ପରିବାରକୁ ଆର୍ଥିକ ସହାୟତା ଘୋଷଣା କରିଛନ୍ତି ।