
ନୂଆଦିଲ୍ଲୀ– ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟରଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, କେନ୍ଦ୍ରମନ୍ତ୍ରୀ ତଥା ହରିୟାଣର ପୂର୍ବତନ ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟରଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭକାମନା । ଆଦରଣୀୟ ପ୍ରଧାନମନ୍ତ୍ରୀ ମୋଦି ବିକଶିତ ଭାରତର ସ୍ୱପ୍ନକୁ ସାକାର କରିବାରେ ଆପଣଙ୍କ ଭୂମିକା ଅତ୍ୟନ୍ତ ପ୍ରଶଂସନୀୟ ଅଟେ । ଆପଣ କେବଳ ଶକ୍ତି କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ସୁଧାର କରିନାହାନ୍ତି ବରଂ ଜନକଲ୍ୟାଣ ଦିଗରେ ବି ଅନେକ ପ୍ରଭାବଶାଳୀ ଯୋଜନା ଲାଗୁ କରିଛନ୍ତି । ମୁଁ ଈଶ୍ୱରଙ୍କ ନିକଟରେ ଆପଣଙ୍କ ଉତ୍ତମ ସ୍ୱାସ୍ଥ୍ୟ ଓ ଦୀର୍ଘାୟୁ ଜୀବନ କାମନା କରୁଛି ।