
-
ଭାରତୀୟ ସେନାର ସାହସକୁ ନମନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ଭାରତୀୟ ସେନା ଦ୍ୱାରା ପହଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭାରତୀୟ ସେନାର ସାହସକୁ ନମନ କରିଛନ୍ତି ।
ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆରେ ଏ ସମ୍ପର୍କରେ ତାଙ୍କର ପ୍ରତିକ୍ରିୟା ଦେଇ କହିଛନ୍ତି, ଆମ ସଂସ୍କୃତିରେ ‘ସିନ୍ଦୂର’କେବଳ ପରମ୍ପରା ନୁହେଁ, ଏହା ତ୍ୟାଗ ଏବଂ ସଂକଳ୍ପର ପ୍ରତୀକ। ଏହି ଭାବନା ଆମ ସୈନିକମାନଙ୍କ ମନରେ ମଧ୍ୟ ରହିଛି।ଭାରତ ବର୍ତ୍ତମାନ କେବଳ ପ୍ରତିରକ୍ଷା କରୁନାହିଁ ବରଂ ସଂପୂର୍ଣ୍ଣ ଭାବରେ ଆତଙ୍କବାଦକୁ ଉଚ୍ଛେଦ କରିବାକୁ ଆଗେଇ ଚାଲିଛି। ଆମେ ସେନାର ସାହସକୁ ନମନ କରୁଛୁ।ଆମେ ସେନା ସହିତ ଅଛୁ। ଆମେ ସେନାର ବିଜୟରେ ବିଶ୍ୱାସ କରୁଛୁ। ଜୟ ହିନ୍ଦ। ଭାରତ ମାତାକୀ ଜୟ