
ଭୁବନେଶ୍ୱର– ଆଗାମୀ ୨ ଦିନ ଗରମ ଓ ଗୁଳୁଗୁଳି ନେଇ କେତେକ ଜିଲ୍ଲାକୁ ଚେତାବନୀ ଜାରି ହୋଇଥିବା ବେଳେ ପରବର୍ତୀ ୪ ଦିନ ହିଟ୍ ୱେଭ ଏବଂ ଗରମ ଓ ଗୁଳୁଗୁଳି ନେଇ କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ତେବେ ୧୫ ତାରିଖ ପାଇଁ କୌଣସି ଚେତାବନୀ ନାହିଁ ।
ଗରମ ଓ ଗୁଳୁଗୁଳି ନେଇ ଆଜି ଓ ଆସନ୍ତାକାଲି ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି ।
ସେହିପରି ୧୧ ତାରିଖରେ ହିଟ୍ ୱେଭ ନେଇ ୪ ଜିଲ୍ଲା ଝାରସୁଗୁଡ଼ା, ସମ୍ବଲପୁର, ବୌଦ୍ଧ, ବଲାଙ୍ଗିରକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଗରମ ଓ ଗୁଳୁଗୁଳି ନେଇ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୨ ତାରିଖରେ ହିଟ୍ ୱେଭ ନେଇ ୫ ଜିଲ୍ଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବୌଦ୍ଧ, ବଲାଙ୍ଗିରକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଗରମ ଓ ଗୁଳୁଗୁଳି ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୩ ତାରିଖରେ ହିଟ୍ ୱେଭ ନେଇ ୫ ଜିଲ୍ଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବୌଦ୍ଧ, ବଲାଙ୍ଗିରକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଗରମ ଓ ଗୁଳୁଗୁଳି ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୪ ତାରିଖରେ ହିଟ୍ ୱେଭ ନେଇ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଗରମ ଓ ଗୁଳୁଗୁଳି ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୫ ତାରିଖ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।