
ଭୁବନେଶ୍ୱର– ଆସନ୍ତା ୧୧ ଓ ୧୨ ତାରିଖରେ କାଳବୈଶାଖୀ ପ୍ରଭାବରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ କେତେକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
୧୧ ତାରିଖରେ କାଳବୈଶାଖୀ ପ୍ରଭାବରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନୂଆପଡ଼ା ଏବଂ ନବରଙ୍ଗପୁର । ଏହି ସମୟରେ ତନ୍ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ଓ ଅନ୍ୟ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ରହିପାରେ ।
୧୨ ତାରିଖରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା, ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି । ଏହି ସମୟରେ ତନ୍ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ଓ ଅନ୍ୟ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ରହିପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।