
ବଲାଙ୍ଗିର– ରାଷ୍ଟ୍ରୀୟ ଲୋକ ଅଦାଲତ ଅବସରରେ ଅଣ ସଂକ୍ରାମକ ରୋଗ ଚିହ୍ନଟ ସ୍ବାସ୍ଥ୍ୟ ଶିବିର ଆଜି ସିଭିଲ କୋର୍ଟ ଠାରେ ଅନୁଷ୍ଠିତ ହୋଇଯାଇଛି। ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ର କନ୍ଧପାଲି ପଡା, ବଲାଙ୍ଗୀର ଯାହା ରାଜେନ୍ଦ୍ର ଯୁବକ ସଂଘ ଦ୍ୱାରା ପରିଚାଳିତ ତରଫରୁ ଏକ ଅଣ ସଂକ୍ରାମକ ରୋଗ ଚିହ୍ନଟ ସ୍ବାସ୍ଥ୍ୟ ଶିବିର ସିଭିଲ କୋର୍ଟ, ବଲାଙ୍ଗୀର ଠାରେ ଅନୁଷ୍ଠିତ ହୋଇଥିଲା। ଏହି ସ୍ବାସ୍ଥ୍ୟ ଶିବିରର ମୂଳ ଉଦ୍ଦେଶ୍ୟ ଅଣ ସଂକ୍ରମକ ରୋଗର ଚିହ୍ନଟ ସହ ମାଗଣା ରକ୍ତ ପରୀକ୍ଷା, ମାଗଣା ଔଷଧ, ଜୀବନ ଶୈଳୀ ଓ ଖାଦ୍ୟପେୟ ଉପରେ ପରାମର୍ଶ ଏବଂ ମାଗଣା ଡାକ୍ତର ସେବା ସହ ଡାକ୍ତର ପରାମର୍ଶ ସେବା ଯୋଗାଇ ଦିଆଯାଇଥିଲା । ଏହି ଶିବିରରେ ସ୍ଥାନୀୟ ଆଶା କର୍ମୀ ଓ ସ୍ବାସ୍ଥ୍ୟକେନ୍ଦ୍ରର ସମସ୍ତ ଷ୍ଟାଫ ଯୋଗ ଦେଇଥିଲେ।
ଏହି ସ୍ବାସ୍ଥ୍ୟ ଶିବିରରେ ଡାକ୍ତର ନନ୍ଦ କିଶୋର ପାଢ଼ୀ , ଭୀମଭୋଇ ମେଡିକାଲ କଲେଜର ଡ଼ାକ୍ତର ଶ୍ରଦ୍ଧା ଠାକୁର ଓ ଡାକ୍ତର ଶୀତଳ ଆଚାର୍ଯ୍ୟ ଓ ରାଜେନ୍ଦ୍ର ଯୁବକ ସଂଘର ପରିଚାଳକ ରାଜେନ୍ଦ୍ର ପାଣିଗ୍ରାହୀ ଯୋଗ ଦେଇଥିଲେ। ଏହି ସ୍ବାସ୍ଥ୍ୟ ଶିବିରଟିକୁ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ କାର୍ଯ୍ୟାଳୟ ତରଫରୁ DPHO ଦିବ୍ୟ କିଶୋର ପତି, ଏପିଏମ ରାମାନୁଜ ପଣ୍ଡା ୟୁ ସି ଏମ ଅନିଲ କୁମାର ମହାକୁର ତଦାରଖ କରିଥିଲେ। ସ୍ବାସ୍ଥ୍ୟ ଶିବିରରେ ୧୦୫ ରୁ ଉର୍ଦ୍ଧ ସଂଖ୍ୟକ ରୋଗୀ ଚିକିତ୍ସା ଲାଭ କରିଥିଲେ । ଉକ୍ତ ସ୍ବାସ୍ଥ୍ୟ ଶିବିରଟି ସୁଚାରୁ ରୂପେ ପରିଚାଳିତ ହେଇଥିଲା।