
ଭୁବନେଶ୍ୱର– ସିବିଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀ ମୋନହ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି ।
ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ଼ (ସିବିଏସଇ) ଦ୍ୱାରା ପରିଚାଳିତ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ମୋର ଶୁଭେଚ୍ଛା ଜଣାଉଛି। ପରୀକ୍ଷା ଫଳ ନିର୍ବିଶେଷରେ ସମସ୍ତେ ସକରାତ୍ମକ ଏବଂ ଦୃଢ଼ ମନୋବଳ ସହ ଆଗକୁ ବଢ଼ନ୍ତୁ। ଆଗାମୀ ଦିନରେ ସମସ୍ତ ଛାତ୍ରଛାତ୍ରୀଙ୍କ ବିପୁଳ ସଫଳତା ଏବଂ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ।