
ଭୁବନେଶ୍ୱର– ସିବିଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ଵାରା ପରିଚାଳିତ ଦଶମ ଏବଂ ଦ୍ବାଦଶ ଶ୍ରେଣୀ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ। ଜୀବନରେ ସଫଳ ହେବାର ଲକ୍ଷ୍ୟ ନେଇ ସମସ୍ତେ ଆଗକୁ ବଢ଼ନ୍ତୁ। ସମସ୍ତଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରୁଛି।