
ଭୁବନେଶ୍ୱର– ସିବିଏସଇ ଦଶମ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁକେଶ ମହାଲିଙ୍ଗ ।
ଏନେଇ ସୋସିଆଲ ମିଡିଆ ଏକ୍ସରେ ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ଯେ, କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ଼ ଦ୍ୱାରା ପରିଚାଳିତ ଦଶମ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି। ଆଶାତୀତ ଫଳାଫଳ ପାଇ ନଥିବା ଛାତ୍ରଛାତ୍ରୀ ଦୃଢ ଆତ୍ମବିଶ୍ବାସର ସହ ନିଜର କଠୋର ପରିଶ୍ରମ ଜାରି ରଖନ୍ତୁ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ସମସ୍ତଙ୍କ ଉଜ୍ଜ୍ଵଳ ଭବିଷ୍ୟତ କାମନା କରୁଛନ୍ତି ମନ୍ତ୍ରୀ ମୁକେଶ ମହାଲିଙ୍ଗ