
ଭୁବନେଶ୍ୱର– ଆଗାମୀ ୪ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀର ପ୍ରଭାବ ପରିଲକ୍ଷିତ ହେବ । ଏନେଇ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ କେତେକ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି ।
ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଆଗାମୀ ୨୪ ଘଂଟା ପାଇଁ ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ବାଲେଶ୍ୱର, ଭଦ୍ରକ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି ଏବଂ ନବରଙ୍ଗପୁର । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ବରଗଡ଼, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଢ଼େଙ୍କାନାଳ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା । ତନ୍ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ଏବଂ ଆଉ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୫୦ରୁ ୬୦ କି.ମି. ରହିପାରେ ।
ସେହିପରି ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୬ ତାରିଖ ଅର୍ଥାତ୍ ଆସନ୍ତାକାଲି ପାଇଁ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୭ ତାରିଖ ପାଇଁ ୫ ଜିଲ୍ଲା ଓ ୧୮ ତାରିଖ ପାଇଁ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ତେବେ ୧୯ ତାରିଖ ପାଇଁ କୌଣସି ଚେତାବନୀ ନାହିଁ। ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।