
ଭୁବନେଶ୍ୱର- ପୁଣି ଥରେ ଅଭିଯୋଗ ଶୁଣୁଛନ୍ତି ମୁଖ୍ୟମନ୍ତ୍ରୀ। ଆଜି ଦଶମ ଥର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଚାଲିଛି। ଏଥର ନୂଆ ପ୍ରକୋଷ୍ଠରେ ଏହି ଶୁଣାଣି। ଭୁବନେଶ୍ୱର ୟୁନିଟ 2 ସ୍ଥିତ କ୍ୟାପିଟାଲ ନର୍ସରୀ ନିକଟରେ ଅଭିଯୋଗ ଶୁଣାଣି ଚାଲିଛି।
ମୁଖ୍ୟମନ୍ତ୍ରୀଙ୍କ ସମେତ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ୱାଇଁ, ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଓ ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଓ ହସ୍ତତନ୍ତ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ଆସି ମଧ୍ୟ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣୁଛନ୍ତି ।