
ଭୁବନେଶ୍ୱର, ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କ ଦେହାନ୍ତରେ ଗଭୀର ଶୋକ ପ୍ରକାଶ କରିଛନ୍ତି ।
ସେ ସୋସିଆଲ ମିଡିଆରେ ନିଜ ଶୋକ ବାର୍ତାରେ ଲେଖିଛନ୍ତି, ବିଶିଷ୍ଟ ରାଜନେତା ତଥା କାମାକ୍ଷାନଗରର ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କ ଦେହାନ୍ତ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ। ଜନସେବା କ୍ଷେତ୍ରରେ ତାଙ୍କର ବହୁମୂଲ୍ୟ ଅବଦାନ ସବୁଦିନ ପାଇଁ ମନେ ରହିବ। ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ପ୍ରତି ମୋର ଗଭୀର ସମବେଦନା ଜଣାଉଛି।