
ଭୁବନେଶ୍ୱର, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଶନିବାର ଦିନ ପବିତ୍ର ‘ଶୀତଳ ଷଷ୍ଠୀ’ରେ ଶୁଭେଚ୍ଛା ଜଣାଇଛନ୍ତି ।
ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ପବିତ୍ର ‘ଶୀତଳ ଷଷ୍ଠୀ’ ତଥା ଭଗବାନ ଶିବ ଓ ମାତା ପାର୍ବତୀଙ୍କ ବିବାହ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଉଛି। ଦେବଦମ୍ପତିଙ୍କ ଅପାର କରୁଣା ଏବଂ ଆଶୀର୍ବାଦରୁ ସମସ୍ତଙ୍କ ଜୀବନ ସୁଖ, ଶାନ୍ତି ଓ ସମୃଦ୍ଧିରେ ପରିପୂର୍ଣ୍ଣ ହେଉ ଏତିକି କାମନା କରୁଛି।