
ଭୁବନେଶ୍ୱର– ଆଗାମୀ ୨ ଦିନ ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଏହାର ପରବର୍ତୀ ୫ ଦିନ ପାଇଁ କୌଣସି ଚେତାବନୀ ନାହିଁ ।
ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ସମସ୍ତ ୩୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସମୟରେ ତନ୍ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ଏବଂ ଅନ୍ୟ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୪୦ରୁ କି.ମି. ରହିପାରେ ।
ସେହିପରି ୬ ତାରିଖ ପାଇଁ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।