
ଭୁବନେଶ୍ୱର – ଏକ ଦୁଃଖଦ ସଡ଼କ ଦୁର୍ଘଟଣାରେ ଗଞ୍ଜାମ ଜିଲ୍ଲାର ୧୩ ବର୍ଷୀୟ ଶୁଭଙ୍କର ନାହାକଙ୍କ ପ୍ରାଣହାନି ବିଷୟରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହ ତାଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ରୁ ୪ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରିବାକୁ ଘୋଷଣା କରିଛନ୍ତି।