
ଭୁବନେଶ୍ୱର– ରିଲେ ରେସରେ ସ୍ୱର୍ଣ୍ଣ ପଦକ ଜିତିଥିବା ଭାରତୀୟ ଦଳକୁଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏଥିସହ ଏହି ଦଳରେ ଥିବା ଓଡ଼ିଶାର ତରୁଣ ଧାବକ ଅନିମେଷ କୁଜୁରଙ୍କୁ ମଧ୍ୟ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।
ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ତାଇୱାନ ଆଥଲେଟିକ ଓପନ ୨୦୨୫ ର ପୁରୁଷ ୪ × ୧୦୦ ମିଟର ରିଲେ ରେସ୍ ରେ ସ୍ୱର୍ଣ୍ଣ ପଦକ ଜିତିଥିବା ଭାରତୀୟ ଦଳକୁ ମୋର ଶୁଭେଚ୍ଛା। ଏଥିସହ ଏହି ଦଳରେ ଥିବା ଓଡ଼ିଶାର ତରୁଣ ଧାବକ ଅନିମେଷ କୁଜୁରଙ୍କୁ ମଧ୍ୟ ହାର୍ଦ୍ଦିକ ଅଭିନନ୍ଦନ ଜଣାଉଛି। ଆପଣଙ୍କର ଏହି ଉପଲବ୍ଧି ଓଡ଼ିଶା ଓ ଭାରତ ପାଇଁ ନିଶ୍ଚୟ ଗର୍ବ ଓ ଗୌରବର ବିଷୟ। ଆପଣଙ୍କ ପରିଶ୍ରମ, ଅଦମ୍ୟ ଇଚ୍ଛାଶକ୍ତି ଏବଂ କ୍ରୀଡ଼ା ପ୍ରତି ଆଗ୍ରହ ଆଗାମୀ ପିଢ଼ିକୁ ପ୍ରେରଣା ଦେବ।
ସମସ୍ତଙ୍କ ଉଜ୍ଜ୍ୱଳ ଭବିଷ୍ୟତ ଓ ଉତ୍ତରୋତ୍ତର ଉନ୍ନତି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।