ଭୁବନେଶ୍ୱର– ଆଗାମୀ ୫ ଦିନ ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଢ଼େଙ୍କାନାଳ, କେନ୍ଦୁଝର, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, ଗଜପତି, ରାୟଗଡ଼ା, ନବରଙ୍ଗପୁର, ନୂଆପଡ଼ା, କୋରାପୁଟ, ମାଲକାନଗିରି । ଏହି ସମୟରେ ତନ୍ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ସେହିପରି ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୯ ତାରିଖ ପାଇଁ ୪ ଜିଲ୍ଲା (ମୟୂରଭଞ୍ଜ, କେନ୍ଦୁଝର, କୋରାପୁଟ, ମାଲକାନଗିରି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୦ ତାରିଖ ପାଇଁ ୧୯ ଜିଲ୍ଲା, ୧୧ ତାରିଖ ପାଇଁ ୨୪ ଜିଲ୍ଲା, ୧୨ ତାରିଖ ପାଇଁ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ଭୁବନେଶ୍ୱର- ଆଗାମୀ ୫ ଦିନ ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଢ଼େଙ୍କାନାଳ, କେନ୍ଦୁଝର, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, ଗଜପତି, ରାୟଗଡ଼ା, ନବରଙ୍ଗପୁର, ନୂଆପଡ଼ା, କୋରାପୁଟ, ମାଲକାନଗିରି । ଏହି ସମୟରେ ତନ୍ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।