
ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକା ବର୍ଷା ରେକର୍ଡ଼ ହୋଇଛି । କେନ୍ଦୁଝର ଜିଲ୍ଲାର ବାଂଶପାଳରେ ସର୍ବାଧିକ ୨୩.୨ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି ନବରଙ୍ଗପୁର ଜିଲ୍ଲାର ଝରିଗାଁରେ ୮.୪ ମି.ମି., କୋରାପୁଟ ଜିଲ୍ଲାର ନନ୍ଦପୁରରେ ୭.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର କପ୍ତିପଦାରେ ୪.୦ ମି.ମି., କେନ୍ଦୁଝର ଜିଲ୍ଲାର ହରିଚନ୍ଦନପୁରରେ ୩.୪ ମି.ମି., ନବରଙ୍ଗପୁର ଜିଲ୍ଲାର ଡାବୁଗାଁରେ ୨.୨ ମି.ମି., ମୟୂରଭଞ୍ଜ ଜିଲ୍ଲାର ଉଦଳାରେ ୨.୦ ମି.ମି. ଏବଂ କୋରାପୁଟ ଜିଲ୍ଲାର ଜୟପୁରରେ ୧.୨ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।