
ଭୁବନେଶ୍ୱର– ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ନନ୍ଦିନୀ ଶତପଥୀଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ନନ୍ଦିନୀ ଶତପଥୀଙ୍କ ଜୟନ୍ତୀ ଅବସରରେ ବିନମ୍ର ଶ୍ରଦ୍ଧାଞ୍ଜଳି। ରାଜ୍ୟର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ଭାବରେ ରାଜନୀତି ସମେତ କଳା, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ ତାଙ୍କର ଅବଦାନ ଚିରସ୍ମରଣୀୟ।