
ଭୁବନେଶ୍ୱର– ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୨ ଦିନ ପାଇଁ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଗରମ ଓ ଗୁଳୁଗୁଳି ନେଇ ଆଜି ଅର୍ଥାତ୍ ୧୦ ତାରିଖ ପାଇଁ ୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ । ଗରମ ଓ ଗୁଳୁଗୁଳି ନେଇ ୧୧ ତାରିଖ ପାଇଁ ୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।