
ଭୁବନେଶ୍ୱର– ବାଙ୍ଗିରିପୋଷି ବିଧାୟିକା ସଞ୍ଜଳୀ ମୁର୍ମୁଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବାଙ୍ଗିରିପୋଷିର ଲୋକପ୍ରିୟ ବିଧାୟିକା ସଞ୍ଜଳୀ ମୁର୍ମୁଙ୍କୁ ଜନ୍ମଦିନ ଅବସରରେ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭକାମନା।ମହାପ୍ରଭୁ ଶ୍ରୀ ଜଗନ୍ନାଥ ଆପଣଙ୍କୁ ସୁଖୀ, ନିରୋଗ ଓ ଦୀର୍ଘାୟୁ କରିବା ସହ ଜନସେବା ପାଇଁ ଅସୀମ ଶକ୍ତି ପ୍ରଦାନ କରନ୍ତୁ।