
ଭୁବନେଶ୍ୱର, କେନ୍ଦୁଝର ଜିଲ୍ଲାର ଶୁଆକାଟୀରେ ଏକ ଦୁଃଖଦ ସଡ଼କ ଦୁର୍ଘଟଣାରେ ସନତ ନାୟକ, ବିଭୁ ବାରିକ ଓ ସିପୁନ ନାୟକଙ୍କ ପ୍ରାଣହାନି ବିଷୟରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ପ୍ରତି ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରିବାକୁ ଘୋଷଣା କରିଛନ୍ତି।