
ଭୁବନେଶ୍ୱର– ରାଜ୍ୟପାଳଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଏନେଇ ସୋସିଆଲ ମିଡିଆ ଏକ୍ସରେ ଆଇନମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର ମହାମହିମ ରାଜ୍ୟପାଳ ଡ.ହରିବାବୁ କମ୍ଭମପତିଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଏବଂ ଶୁଭକାମନା । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ଆପଣଙ୍କ ସୁସ୍ଥ ଏବଂ ନିରାମୟ ଜୀବନ କାମନା କରୁଛି।