
ଭୁବନେଶ୍ୱର– ଆଗାମୀ ୨ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା) ୨ରୁ ୪ ଡ଼ିଗ୍ରୀ ହ୍ରାସ ପାଇବାର ସମ୍ଭାବନା ରହିଛି । ଏହାପରେ ମଧ୍ୟ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।