
ଭୁବନେଶ୍ୱର– ଢେଙ୍କାନାଳ ସ୍ଥିତ ଭୁବନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିଦର୍ଶନ କରି ଡ଼ାଇରିଆ ସ୍ଥିତିର ସମୀକ୍ଷା କରିବା ସହ ରୋଗରେ ପୀଡିତ ଥିବା ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ। ଏହି ଅବସରରେ ସେ ରୋଗୀଙ୍କ ପାଇଁ ଉନ୍ନତ ସ୍ୱାସ୍ଥ୍ୟ ସେବା ଯୋଗାଇଦେବା ସହ ବ୍ୟାପକ ସଚେତନତା ସୃଷ୍ଟି ସମ୍ପର୍କରେ ହସ୍ପିଟାଲ ଅଧିକାରୀ, ସ୍ୱାସ୍ଥ୍ୟ କର୍ମୀଙ୍କୁ ପରାମର୍ଶ ଦେଇଛନ୍ତି।
ଏହି ଅବସରରେ ଢେଙ୍କାନାଳ ସାଂସଦ ଶ୍ରୀ ରୁଦ୍ର ନାରାୟଣ ପାଣି, କାମାକ୍ଷାନଗର ବିଧାୟକ ଶ୍ରୀ ଶତ୍ରୁଘ୍ନ ଜେନା, ପରଜଙ୍ଗ ବିଧାୟକ ଶ୍ରୀ ବିଭୂତି ଭୂଷଣ ପ୍ରଧାନ, ହିନ୍ଦୋଳର ବିଧାୟିକା ସୀମାରଣୀ ନାୟକ, ଜିଲ୍ଲାପାଳ ପ୍ରମୁଖ ଉପସ୍ଥିତ ଥିଲେ।