
ଜୟପୁର – ଜୟପୁର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ମେଳା ଓ ବିଶ୍ୱ ଓଜୋନ ଦିବସ ପାଳିତ ହୋଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁରେନ୍ଦ୍ର ପଟ୍ଟନାୟକ ଉକ୍ତ ବିଜ୍ଞାନ ମେଳାକୁ ଉଦଘାଟନ କରିଥିଲେ । ଅବସର ପ୍ରାପ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ଅତୁଲ୍ୟ ପଟ୍ଟନାୟକ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ବିଚାରକ ଭାବେ ଅବସରପ୍ରାପ୍ତ ବିଜ୍ଞାନ ଶିକ୍ଷକ ଦୁର୍ଗା ପ୍ରସାଦ ଦାଶ, ସିମାତ୍ରୀ ଅପନା ଓ କିଶୋର ଚନ୍ଦ୍ର ପଣ୍ଡା ଯୋଗଦାନ କରିଥିଲେ । ଛାତ୍ର ଛାତ୍ରୀଙ୍କ ଦ୍ୱାରା ୩୭ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା । ଉକ୍ତ ପ୍ରକଳ୍ପ ମଧ୍ୟରୁ ୬ଟି ପ୍ରକଳ୍ପକୁ ଚୟନ କରାଯାଇ ବ୍ଲକସ୍ତରୀୟ ବିଜ୍ଞାନ ମେଳାରେ ଅଂଶଗ୍ରହଣ କରିବା ନିମନ୍ତେ ମନୋନୀତ କରାଯାଇଥିଲା । ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ଓମପ୍ରକାଶ ମିଶ୍ର ଦିଲିପ କୁମାର ପଣ୍ଡା, ପ୍ରକାଶ ଚନ୍ଦ୍ର ପଟ୍ଟନାୟକ, ଗୋପାଳ ମଣ୍ଡଳ, ଦେବେନ୍ଦ୍ର ପାଢୀ, ଦୁର୍ଗା ପ୍ରସାଦ ପାତ୍ର, କଲ୍ୟାଣୀ ନାୟକ, ସୋମନାଥ ସାକିଆ ପ୍ରମୁଖ ପ୍ରକଳ୍ପ ପ୍ରସ୍ତୁତି ତଥା କାର୍ଯ୍ୟକ୍ରମର ସଫଳ ରୁପାୟନ ନିମନ୍ତେ ସହ ଯୋଗ କରିଥିଲେ । କୃତି ଛାତ୍ରଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରିବା ସହିତ ଅଂଶ ଗ୍ରହଣକାରୀଙ୍କୁ ସାନ୍ତ୍ୱନାମୂଳକ ପୁରସ୍କାର ପ୍ରଦାନ କରାଯାଇଥିଲା । ଅପରାହ୍ନରେ ବିଶ୍ୱ ଓଜୋନ ଦିବସ ପାଳିତ ହୋଇଥିଲା । ବିଦ୍ୟାଳୟର ପ୍ରଧାନଶିକ୍ଷକ ପଟ୍ଟନାୟକଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାଯ୍ୟକ୍ରମରେ ଅତିଥି ଭାବେ ଦୁର୍ନୀତି ନିବାରଣ ବିଭାଗର ସରକାରୀ ଅଭିଯୋଜକ ଏମ୍. ବାଲାଜୀ ଆଚାରୀ ଓ କିଶୋର ଚନ୍ଦ୍ର ପଣ୍ଡା, ଯୋଗଦାନ କରି ଛାତ୍ରଛାତ୍ରୀଙ୍କୁ ଦିବସର ତାତ୍ପର୍ଯ୍ୟ ବିଷୟରେ ଅବଗତ କରାଇଥିଲେ । ବିଦ୍ୟାଳୟର ଶିକ୍ଷକ ପ୍ରଭାତ କୁମାର ରଥ, ଯଜେ୍ଞଶ୍ୱର ପଣ୍ଡା, ଜୟ ପ୍ରକାଶ ଚନ୍ଦ୍ର ମିଶ୍ର ସହ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ସହ ଯୋଗ କରିଥିଲେ ।