
ଭୁବନେଶ୍ୱର – ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ନେଇ ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ସମୀକ୍ଷା କରିଛନ୍ତି। ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସମୟରେ ସୁରକ୍ଷା ବ୍ୟବସ୍ଥା, ରୋଡ ସୋ ଭଳି କାର୍ଯ୍ୟକ୍ରମର ସୁପରିଚାଳନା ନେଇ ବୈଠକରେ ଆଲୋଚନା ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା୨୦ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ମୁଖ୍ୟ ଶାସନ ସଚିବଙ୍କ ସହ ବୈଠକରେ ଉନ୍ନୟନ କମିଶନର,ଗୃହ ବିଭାଗ ଅତିରିକ୍ତ ମୂଖ୍ୟ ସଚିବ, ସୁଚନା ଓ ଲୋକସଂପର୍କ ବିଭାଗ ସଚିବ, ପୋଲିସ ଡିଜି,ପୋଲିସ କମିଶନର ପ୍ରମୁଖ ଉପସ୍ଥିତ ଥିଲେ।