
ଭୁବନେଶ୍ୱର– ଆସନ୍ତା ୨୪ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆକଳନ କରାଯାଇଛି । ଆଜି ୪ ଜିଲ୍ଲାକୁ ଭୀଷଣ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା ଓ ସମ୍ବଲପୁରକୁ ଆଲର୍ଟ କରାଯାଇଛି ।