
ଭୁବନେଶ୍ୱର– ୬୩ ରାଷ୍ଟ୍ରୀୟ ରାଇଫଲ୍ସ ବାଟାଲିୟନର କମାଣ୍ଡିଂ ଅଫିସର କର୍ଣ୍ଣେଲ ସୋମନାଥ ମିଶ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବରିଷ୍ଠ ସେନା ଅଧିକାରୀ ତଥା ୬୩ ରାଷ୍ଟ୍ରୀୟ ରାଇଫଲ୍ସ ବାଟାଲିୟନର କମାଣ୍ଡିଂ ଅଫିସର କର୍ଣ୍ଣେଲ ସୋମନାଥ ମିଶ୍ରଙ୍କ ଅକାଳ ବିୟୋଗ ବିଷୟରେ ଜାଣି ମୁଁ ଗଭୀର ଦୁଃଖିତ।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ତାଙ୍କ ବିୟୋଗ ଆମ ସମସ୍ତଙ୍କ ପାଇଁ ଏକ ଅପୂରଣୀୟ କ୍ଷତି । ଦିବଂଗତ ଆତ୍ମାଙ୍କ ଶାନ୍ତି ପାଇଁ ପ୍ରାର୍ଥନା କରିବା ସହ ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା ଜଣାଉଛି।