
ଭୁବନେଶ୍ୱର-ଆଜି ହେଉଛି ରାଷ୍ଟ୍ରପତିଙ୍କ ଜନ୍ମଦିନ ।ଏହି ଅବସରରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁକେଶ ମହାଲିଙ୍ଗ କହିଛନ୍ତି ଯେ, ଓଡ଼ିଶାର ଗର୍ବ, ଦେଶର ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ଜନ୍ମ ଦିନର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା। ଆପଣଙ୍କ ନେତୃତ୍ଵରେ ଦେଶ ଆହୁରି ସମୃଦ୍ଧଶାଳୀ ହେଉ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଆପଣଙ୍କ ଦୀର୍ଘ, ସୁସ୍ଥ ଏବଂ ନିରାମୟ ଜୀବନ କାମନା କରୁଛି।