
ଭୁବନେଶ୍ୱର– ପବିତ୍ର ‘ରଥଯାତ୍ରା’ର ହାର୍ଦ୍ଦିକ ଶୁଭକାମନା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ମହାପ୍ରଭୁ ଶ୍ରୀଜଗନ୍ନାଥ ଭାଇ ଭଉଣୀଙ୍କ ସହ ବଡ଼ଦାଣ୍ଡରେ ଲକ୍ଷ ଲକ୍ଷ ଭକ୍ତଙ୍କ ସହିତ ଜାତି, ଧର୍ମ, ବର୍ଣ୍ଣ ନିର୍ବିଶେଷରେ ଭକ୍ତିପୂର୍ଣ୍ଣ ପରିବେଶରେ ଏକାକାର ହେବାର ଅନନ୍ୟ ଯାତ୍ରା ହେଉଛି ରଥଯାତ୍ରା । ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ ଭାଇ ବଳଭଦ୍ର ଓ ଦେବୀ ସୁଭଦ୍ରା ସମସ୍ତ ଭକ୍ତମାନଙ୍କର ମଙ୍ଗଳ କରନ୍ତୁ, ଏହା କାମନା ।