
ଭୁବନେଶ୍ୱର ,ଆସନ୍ତା ସୋମବାର ୩୦ ତାରିଖ ଦିନ ଜନ ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ । ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝି ଆସନ୍ତା ସୋମବାର ଦିନ ୧୦.୩୦ ସମୟରୁ ୟୁନିଟ୍-୨, ଅଶୋକ ନଗର, ଭୁବନେଶ୍ୱରସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ ) ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ । ଏହି ଅଭିଯୋଗ ଶୁଣାଣି ପାଇଁ ଆଜି ଦିନ ୧୨ ଟାରୁ ପଞ୍ଜୀକରଣ ଜାରି ।
ଆଜି ୨୭ ତାରିଖରୁ ଆରମ୍ଭ ହୋଇଥିବା ଏହି ଅନଲାଇନ ପଞ୍ଜୀକରଣ, ସର୍ବାଧିକ ୧୦୦୦ ଜଣ ପଞ୍ଜୀକରଣ କରିବା ପର୍ଯ୍ୟନ୍ତ ଖୋଲା ରହିବ । ଏଥି ନିମନ୍ତେ, ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ (https://janasunani.odisha.gov.in/) ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ ।
ଜନସାଧାରଣ ପଞ୍ଜୀକୃତ ପ୍ରାପ୍ତି ସ୍ଵୀକାର ପତ୍ର ଏବଂ ବ୍ୟକ୍ତିଗତ ପରିଚୟ ପତ୍ର ତଥା ନିଜର ଅଭିଯୋଗ ପତ୍ର ସହ ଦର୍ଶାଯାଇଥିବା ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ । ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ।