
ଭୁବନେଶ୍ୱର– ଶରଧାବାଲିରେ ଦଳାଚକଟାରେ ମୃତ୍ୟୁକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ପୁରୀ ଶରଧାବାଲିରେ ମହାପ୍ରଭୁଙ୍କ ଦର୍ଶନ କରିବା ସମୟରେ ପ୍ରବଳ ଭିଡ଼ ହୋଇଥିବା କାରଣରୁ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହୋଇଥିବା ଖବର ଶୁଣି ମୁଁ ଚିନ୍ତିତ ଓ ମର୍ମାହତ । ରାଜ୍ୟ ସରକାର ଏହି ଘଟଣାକୁ ଗୁରୁତ୍ୱର ସହ ନେଇ ତଦନ୍ତ କରାଯିବା ସହ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଘୋଷଣା କରିଛନ୍ତି ।
ଅମର ଆତ୍ମାର ସଦଗତି କାମନା କରିବା ସହିତ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି । ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରୁଛି । ମହାପ୍ରଭୁ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଅସୀମ ଧୈର୍ଯ୍ୟ ଓ ସାହସ ପ୍ରଦାନ କରନ୍ତୁ, ଏହା ହିଁ ମୋର ପ୍ରାର୍ଥନା ।