
ଭୁବନେଶ୍ୱର- ପୁରୀ ଦଳାଚକଟା ମୃତ୍ୟୁକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ପୁରୀ ସାଂସଦ ସମ୍ବିତ ପାତ୍ର । ଏହାକୁ ନେଇ ସେ ରାଜ୍ୟ ସରକାରଙ୍କ ସହ ଆଲୋଚନା ମଧ୍ୟ କରିଛନ୍ତି ।
ଏନେଇ ସୋସିଆଲ ମିଡିଆ ଏକ୍ସରେ ସମ୍ବିତ ପାତ୍ର କହିଛନ୍ତି ଯେ, ପୁରୀ ଶରଧାବାଲିରେ ମହାପ୍ରଭୁଙ୍କ ଦର୍ଶନ କରିବା ସମୟରେ ପ୍ରବଳ ଭିଡ଼ ହୋଇଥିବା କାରଣରୁ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହୋଇଥିବା ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ l ରାଜ୍ୟ ସରକାର ଏହି ଘଟଣାକୁ ଗୁରୁତ୍ୱର ସହ ନେଇ ତଦନ୍ତ କରାଯିବା ସହ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଘୋଷଣା କରିଛନ୍ତି l ଏନେଇ ମୁଁ ରାଜ୍ୟ ସରକାରଙ୍କ ସହ ସମ୍ପର୍କରେ ରହିଛି l
ମହାପ୍ରଭୁଙ୍କ ନିକଟରେ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଉଛି ଏହା ସହ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରୁଛି l