
ଭୁବନେଶ୍ୱର- ଆଜି ଶ୍ରୀକ୍ଷେତ୍ରରେ ଶ୍ରୀ ଗୁଣ୍ଡିଚା ମନ୍ଦିର ନିକଟରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ ସମୟରେ ଠେଲାପେଲା ଯୋଗୁଁ ୩ ଜଣ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟଣାରେ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଦୁଃଖିତ ଏବଂ ମର୍ମାହତ ବୋଲି କହିଛନ୍ତି।
ମହାପ୍ରଭୁଙ୍କ ନିକଟରେ ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ମନ୍ତ୍ରୀ । ସେ କହିଛନ୍ତି ଯେ, ଏପରି ଦୁଃଖଦ ସମୟକୁ ସାମ୍ନା କରିବା ପାଇଁ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମହାପ୍ରଭୁ ଅସୀମ ଧୈର୍ଯ୍ୟ ଦିଅନ୍ତୁ।
ଆହତ ହୋଇଥିବା ବ୍ୟକ୍ତିମାନଙ୍କୁ ସର୍ବୋତ୍ତମ ଚିକିତ୍ସା ସେବା ଯୋଗାଇ ଦେବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସମସ୍ତ ବ୍ୟବସ୍ଥା କରଯାଇଛି। ଏଥିସହ ସମସ୍ତ ଆହତ ବ୍ୟକ୍ତିମାନଙ୍କ ଆଶୁଆରୋଗ୍ୟ କାମନା କରୁଛନ୍ତି ମନ୍ତ୍ରୀ ।