
ଭୁବନେଶ୍ୱର, ଆସନ୍ତା ୩ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସୁନ୍ଦରଗଡ଼, ମୟୂରଭଞ୍ଜ ଓ କେନ୍ଦୁଝରରେ ଭୀଷଣ ବର୍ଷା ସମ୍ଭାବନା ରହିଛି । ଏହି ତିନି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ସେହିପରି ଢେଙ୍କାନାଳ, ଅନୁଗୁଳ, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସବୁ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ୩୦ରୁ ୪୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି ।