
ଭୁବନେଶ୍ୱର– ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ତେଲେଙ୍ଗାନାର ଏକ କାରଖାନାରେ ଘଟିଥିବା ଦୁର୍ଘଟଣାରେ ପ୍ରାଣ ହରାଇଥିବା ଓଡ଼ିଆ ବ୍ୟକ୍ତିମାନଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୧୦ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ପ୍ରଦାନ ନେଇ ଘୋଷଣା କରିଛନ୍ତି । ଏହା ସହିତ ରାଜ୍ୟ ସରକାରଙ୍କ ଏକ ଅଧିକାରୀ ଦଳ ଘଟଣାସ୍ଥଳରେ ଉପସ୍ଥିତ ରହି ଉଦ୍ଧାର ଓ ଚିକିତ୍ସା କାର୍ଯ୍ୟର ଅନୁଧ୍ୟାନ କରୁଛନ୍ତି।