
କେନ୍ଦୁଝର– ବାହୁଡ଼ା ଯାତ୍ରାରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ବାରିଆ ଥାନା ଅନ୍ତର୍ଗତ ଉଖୁଣ୍ଡା ରାସ୍ତାରେ ଘଟିଛି ଏହି ଦୁର୍ଘଟଣା। ଏକ ବାଇକରେ ସ୍ବାମୀ ସ୍ତ୍ରୀ ଯାଉଥିବା ବେଳେ ପଛରୁ ତାକୁ ଏକ ବୋଲେରୋ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ବାଇକରୁ ପଡ଼ି ପତ୍ନୀଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ବାମୀ ଗୁରୁତର ହୋଇଛନ୍ତି । ସ୍ଥାନୀୟ ସ୍ଵେଚ୍ଛାସେବୀଙ୍କ ସହାୟତାରେ ତାଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।