
ଭୁବନେଶ୍ୱର– ଆଗାମୀ ୨ ଦିନ ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ କେତେକ ସ୍ଥାନରେ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଏହାର ପରବର୍ତୀ ୨ ଦିନ କେତେକ ଜିଲ୍ଲାରେ ଭୀଷଣ ବର୍ଷା ନେଇ ଚେତାବନୀ ଜାରି ହୋଇଛି । ପରବର୍ତୀ ୩ ଦିନ ପାଇଁ କୌଣସି ଚେତାବନୀ ନାହିଁ ।
ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ୩ ଜିଲ୍ଲା(ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ୧୪ ଜିଲ୍ଲା (ମୟୂରଭଞ୍ଜ, ଢ଼େଙ୍କାନାଳ, ଅନୁଗୁଳ, ଦେବଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗିର, ବରଗଡ଼, ନୂଆପଡ଼ା, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତିତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୬ ଜିଲ୍ଲା(ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା ଓ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ତନ୍ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ଆସନ୍ତାକାଲି ଅର୍ଥାତ୍ ୬ ତାରିଖରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ୨ ଜିଲ୍ଲା(କେନ୍ଦୁଝର, ମୟୂରଭଞ୍ଜ)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତୀତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ସେହିପରି ଭୀଷଣ ବର୍ଷା ନେଇ ୭ ତାରିଖରେ ୪ ଜିଲ୍ଲା, ୮ ତାରିଖରେ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପରବର୍ତୀ ୩ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।