
ଭୁବନେଶ୍ୱର– ସୁନାବେଶର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ଯେ, ଆଜି ରଥାରୂଢ ଶ୍ରୀବିଗ୍ରହଙ୍କ ଦୁର୍ଲଭ ସୁନାବେଶ ନୀତି ଅନୁଷ୍ଠିତ ହେବ। ମହଣ ମହଣ ସୁନାରେ ସଜେଇ ହେବେ ଶ୍ରୀଜୀଉ। ଏହି ପବିତ୍ର ଅବସରରେ ସମସ୍ତଙ୍କୁ ଶୁଭକାମନା ଜଣାଇବା ସହ ମହାପ୍ରଭୁଙ୍କ ନିକଟରେ ସମସ୍ତଙ୍କ ମଙ୍ଗଳ କାମନା କରୁଛି।