
-
ଅତି ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
-
ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
-
ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର- ଆଗାମୀ ୨୪ ଘଂଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୩ ଜିଲ୍ଲା (ବରଗଡ଼, ବଲାଙ୍ଗିର, ନୂଆପଡ଼ା)କୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଅତି ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୦ ଜିଲ୍ଲା( ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୩ ଜିଲ୍ଲା(ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ଢ଼େଙ୍କାନାଳ, ଦେବଗଡ଼, ଅନୁଗୁଳ, ନୟାଗଡ଼, ରାୟଗଡ଼ା, କୋରାପୁଟ, ମାଲକାନଗିରି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତୀତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୪ ଜିଲ୍ଲା(ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକର ଗୋଟିଏରୁ ଦୁଇଟି ସ୍ଥାନରେ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକର ଗୋଟିଏରୁ ଦୁଇଟି ସ୍ଥାନରେ ୧୨ରୁ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା ଏବଂ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକର ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ଆସନ୍ତାକାଲି ଅର୍ଥାତ୍ ୮ ତାରିଖରେ ଭୀଷଣରୁ ଅତି ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୩ ଜିଲ୍ଲା(ବରଗଡ଼, ବଲାଙ୍ଗିର, ନୂଆପଡ଼ା)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତୀତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ସେହିପରି ୯ ତାରିଖରେ ଭୀଷଣ ବର୍ଷା ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପରବର୍ତୀ ୨ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।