
ଭୁବନେଶ୍ୱର, ରାଜ୍ୟ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବଶ୍ରୀମତୀ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଜଳ ସଂପଦ ବିଭାଗରେଅନୁଷ୍ଠିତ ହୋଇଯାଇଛି । ବୈଠକରେ ଉନ୍ନୟନ କମିଶନର ଜଳ ସଂପଦ ବିଭାଗରବିଭିନ୍ନ କାର୍ଯ୍ୟ ଅଗ୍ରଗତି ସଂପର୍କରେ ସମୀକ୍ଷା କରିଥିଲେ । ବୈଠକରେପ୍ରସ୍ତାବିତ ନୂଆ ରାଜ୍ୟ ଜଳ ନୀତିରେ ରହିଥିବା ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଓ ପଦକ୍ଷେପ ସଂପର୍କରେ ଆଲୋଚନା କରାଯାଇଥିଲା । ଏଥି ସହିତ ଆନ୍ତଃରାଜ୍ୟ ଜଳ ସଂଯୋଗୀକରଣ, ବିଭାଗୀୟ ବିଭିନ୍ନ କାର୍ଯ୍ୟ ଓ ପ୍ରକଳ୍ପ କାର୍ଯ୍ୟକାରିତା ନେଇ ରହୁଥିବା ସମସ୍ୟା ଓ ସମାଧାନ ଆଦି ସଂପର୍କରେ ଉନ୍ନୟନ କମିଶନର ଆଲୋଚନା କରି ବିଭିନ୍ନ ପରାମର୍ଶ ଓ ନିର୍ଦ୍ଦେଶ ଦେଇଥିଲେ । ଅନୁଷ୍ଠିତ ବୈଠକରେ ଜଳ ସଂପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ, ସର୍ବୋଚ୍ଚ ଯନ୍ତ୍ରୀ (ଯୋଜନା ଓ ପରିକଳ୍ପନା), ସର୍ବୋଚ୍ଚ ଯନ୍ତ୍ରୀ, (ପ୍ରୋକ୍ୟୁରମେଣ୍ଟ), ଓଡିଶା ଉଠା ଜଳ ସେଚନ ନିଗମର ପରିଚାଳନା ନିର୍ଦ୍ଦେଶକ ଏବଂ ବିଭାଗର ଅନ୍ୟ ବରିଷ୍ଠ ପଦାଧିକାରୀ ଓ ଯନ୍ତ୍ରୀମାନେ ଉପସ୍ଥିତ ଥିଲେ ।