
ଭୁବନେଶ୍ୱର– ‘ଉତ୍କଳ ଦୀପିକା’ର ପ୍ରତିଷ୍ଠାତା ସମ୍ପାଦକ ସ୍ୱର୍ଗତ ‘କର୍ମବୀର’ ଗୌରୀଶଙ୍କର ରାୟଙ୍କ ସ୍ମୃତିଚାରଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଅନ୍ୟତମ କର୍ଣ୍ଣଧାର ତଥା ‘ଉତ୍କଳ ଦୀପିକା’ର ପ୍ରତିଷ୍ଠାତା ସମ୍ପାଦକ ସ୍ୱର୍ଗତ ‘କର୍ମବୀର’ ଗୌରୀଶଙ୍କର ରାୟଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ।