
ଭୁବନେଶ୍ୱର– ପବିତ୍ର ଶ୍ରାବଣ ସୋମବାରର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ପବିତ୍ର ଶ୍ରାବଣ ମାସର ପ୍ରଥମ ସୋମବାର ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ। ଦେବଦେବ ମହାଦେବଙ୍କ ନିକଟରେ ସମସ୍ତଙ୍କ ସୁଖ, ସମୃଦ୍ଧି ଏବଂ ମଙ୍ଗଳମୟ ଜୀବନ କାମନା କରୁଛି।