
ଭୁବନେଶ୍ୱର– ପୁରୀ ଜିଲ୍ଲାର ବଳଙ୍ଗା ପୀଡିତାଙ୍କ ଆଶୁ ଆରୋଗ୍ୟ କାମନା କରିବା ସହ ଉତମ ଚିକିତ୍ସା ପାଇଁ ରାଜ୍ୟ ସରକାର ସମସ୍ତ ଆବଶ୍ୟକୀୟ ସୁବିଧା ସୁନିଶ୍ଚିତ କରିବେ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
ଏକ୍ସରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ପୁରୀ ଜିଲ୍ଲାର ବଳଙ୍ଗା ଠାରେ ଘଟିଯାଇଥିବା ଅଘଟଣ ପାଇଁ ମୁଁ ଗଭୀର ଭାବେ ମର୍ମାହତ । ପୀଡିତାଙ୍କର ସର୍ବୋତମ ଚିକିତ୍ସା ପାଇଁ ତାଙ୍କୁ ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ କରାଯାଇଛି। ଏଥିପାଇଁ ରାଜ୍ୟ ସରକାର ସମସ୍ତ ଆବଶ୍ୟକୀୟ ସୁବିଧା ସୁନିଶ୍ଚିତ କରିବେ । ବ୍ୟକ୍ତିଗତ ଭାବେ ମୁଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଝିଅଟିର ତ୍ୱରିତ ଆରୋଗ୍ୟ କାମନା ନିମନ୍ତେ ପ୍ରାର୍ଥନା କରୁଛି।