
ଭୁବନେଶ୍ୱ– ଆଜି ସୃଷ୍ଟି ହେବ ଲଘୁଚାପ । ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷଟି ହୋଇଛି । ଘୂର୍ଣ୍ଣିବଳୟଟି ଉତ୍ତର ବଙ୍ଗୋପସାଗରରେ ପ୍ରବେଶ କରିବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ପୂର୍ବାନୁମାନ କରାଯାଉଛି । ଲଘୁଚାପ ପ୍ରଭାବରେ ମୟୂରଭଞ୍ଜ, କେନ୍ଦୁଝର, ମାଲକାନଗିରି ଓ କୋରାପୁଟରେ ବର୍ଷା ହୋଇପାରେ । ସାରା ଓଡ଼ିଶାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।